ମାଡି ଆସୁଛି ଥଣ୍ଡା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ପ୍ରବଳ ଥଣ୍ଡାରେ ଥରିବ ଓଡିଶା। ଆସନ୍ତା ୨ ଦିନ ଅର୍ଥାତ ମଙ୍ଗଳବାର ଓ ବୁଧବାର ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡା, କେନ୍ଦୁଝର, ମୟୁରଭଂଜ, ଦେବଗଡ, ସୁନ୍ଦରଗଡ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ଆଉ ଦୁଇ ଦିନ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ସେହିସବୁ ଜିଲ୍ଲାଗୁଡିକ ମଧ୍ୟରେ ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନୟାଗଡ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ ଓ ବରଗଡ ଜିଲ୍ଲା ରହିଛି ।

ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରଭାବରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ଶୀତ ଲହରୀ ଓ ତୀବ୍ର ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ କରିଛି।

Leave A Reply

Your email address will not be published.

ବ୍ରେକିଂ