ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର:  ଓଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲା।

ସେ ଗୁରୁତର ହୋଇପଡ଼ିଥିବା ଖବର ଆସିବା ପରେ କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ମଧ୍ୟ କରିଥିଲେ । କିନ୍ତୁ ଶନିବାର ତପୁ ମିଶ୍ର ଜୀବନ ଯୁଦ୍ଧ​‌ରେ ହାରିଯାଇଛନ୍ତି। ଓଡ଼ିଶାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।

ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ ।

ଫିଲ୍ମ କୁଳନନ୍ଦନରେ ସେ ପ୍ରଥମ ଗୀତ ଗାଇଥିଲେ । ସେହିଠାରୁ ତାଙ୍କର କଣ୍ଠଶିଳ୍ପୀ ଜୀବନର ଜୟଯାତ୍ରା ଆଗକୁ ବଢ଼ିଚାଲିଥିଲା । ଏଯୁଗର କୃଷ୍ଣ ସୁଦାମା, ମାତୃଶକ୍ତି, ଯେ ପାଞ୍ଚେ ପରମନ୍ଦ, ଆଇ ଲଭ୍‌ ୟୁ ଓ ଚକୋଲେଟ ଭଳି ବହୁ ଫିଲ୍ମରେ ସେ ହିଟ୍‌ ଗୀତ ଗାଇଛନ୍ତି । ଆଇ ଲଭ୍‌ ୟୁ ଫିଲ୍ମରେ ସେ ପାଇଥିଲେ ଢେରସାରା ପ୍ରଶଂସା । ଆରେ ନା.. ବଜାନା ବଂଶୀ, ଏହି ଗୀତ ତାଙ୍କୁ ଆଣିଦେଇଥିଲା ପ୍ଲେ-ବ୍ୟାକ୍‌ ସିଙ୍ଗରର ପ୍ରସିଦ୍ଧି । ସେ ସମ୍ବଲପୁରୀ ଭାଷାରେ ଅନେକ ଗୀତ ଗାଇଛନ୍ତି । କିଛି ଗୀତରେ ସେ ନିଜେ ନିର୍ଦ୍ଦେଶନା ବି ଦେଇଛନ୍ତି । ଚାରିଥର ରାଜ୍ୟ ପୁରସ୍କାର ପାଇଛନ୍ତି ତପୁ ମିଶ୍ର ।

Leave A Reply

Your email address will not be published.

ବ୍ରେକିଂ