ଖୋର୍ଦ୍ଧା ରୋଡ୍ ଏବଂ ଉଦନା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀମାନଙ୍କ ସୁବିଧା ପାଇଁ ଖୋର୍ଦ୍ଧା ରୋଡ୍ ଏବଂ ଉଦନା (ସୁରଟ) ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚାଲିବ । ପଶ୍ଚିମ ଭାରତକୁ ଯାତାୟାତ କରୁଥିବା ନିୟମିତ ଟ୍ରେନ୍ ଗୁଡ଼ିକରେ ମାତ୍ରାଧିକ ପ୍ରତିକ୍ଷ୍ୟା ତାଲିକାକୁ ଏଡାଇବା ପାଇଁ ରେଳ ମନ୍ତ୍ରଣାଳୟ ଗୁଜୁରାଟର ସୁରଟ ନିକଟସ୍ଥ ଉଦନା ଷ୍ଟେସନ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି ।

ବିଜୟନଗରମ ଓ ଟିଟିଲାଗଡ଼ ଦେଇ ୦୮୫୮୫/୦୮୫୮୬ ଖୋର୍ଦ୍ଧା ରୋଡ-ଉଦନା-ଖୋର୍ଦ୍ଧା ରୋଡ ବିସସ ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ଜୁଲାଇ ମାସ ୫ ତାରିଖ (ସୋମବାର) ରାତ୍ରି ୮ଘ.୩୦ମି.ରେ ଛାଡି ୭ ଜୁଲାଇ, (ବୁଧବାର) ଦିନ ଭୋର ୩ଘ.୪୦ମି.ରେ ଉଦନାରେ ପହଞ୍ଚିବ । ଫେରିବା ମାର୍ଗରେ ହିଁ ଟ୍ରେନ ଉଦନା ଠାରୁ ୭ ଜୁଲାଇ (ବୁଧବାର) ଦିନ ସକାଳ ୬ ଘଟିକାରେ ଛାଡି ୮ ଜୁଲାଇ (ଗୁରୁବାର) ଦିନ ଅପରାହ୍ନ ୩ଘ.୪୦ମି.ରେ ଖୋର୍ଦ୍ଧା ରୋଡରେ ପହଞ୍ଚିବ ।

ଏହି ଟ୍ରେନରେ ଗୋଟିଏ ଉଭୟ ପ୍ରଥମ ଏବଂ ୨ୟ ଏସିର କମ୍ପୋଜିଟ୍ କୋଚ୍, ଗୋଟିଏ ଏସି-୨ ଟାୟାର୍, ଚାରିଟି ଏସି -୩ ଟାୟାର୍, ଆଠଟି ସ୍ଲିପର୍ କ୍ଲାସ୍, ଚାରିଟି ସେକେଣ୍ଡ୍ କ୍ଲାସ୍ ସିଟିଂ, ଗୋଟିଏ ଗାର୍ଡ ତଥା ଲଗେଜ୍ ଭ୍ୟାନ ଏବଂ ଗୋଟିଏ ଗାର୍ଡ ତଥା  ଦିବ୍ୟାଙ୍ଗ କୋଚ୍ ଉପଲବ୍ଧ ଥିବାବେଳେ ଏହା ଖୋର୍ଦ୍ଧା ରୋଡ ଓ ଉଦନା ମଧ୍ୟରେ ଉଭୟ ପାର୍ଶ୍ୱରୁ ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ୍ ରୋଡ୍, ବିଜୟନଗରମ୍, ବବିଲି, ପାର୍ବତୀପୁରମ୍, ରାୟଗଡା, କେସିଙ୍ଗା, ଟିଟିଲାଗଡ, କାଣ୍ଟାବାଞ୍ଜୀ, ଖରିଆର ରୋଡ୍, ମହାସମୁନ୍ଦ, ରାୟପୁର, ଦୁର୍ଗ, ଗୋଣ୍ଡିଆ, ନାଗପୁର, ବଦନେରା, ଅକୋଲା, ଭୁସାବଳ, ଜଲଗାଓଁ ଓ ନନ୍ଦୁରବାର ଷ୍ଟେସନ ମାନଙ୍କରେ ରହଣି କରିବ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ