ଆଜି ଗୁରୁ ଦିବସ

ଆଜି ଗୁରୁ ଦିବସ ବା ଶିକ୍ଷକ ଦିବସ । ଗୁରୁଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ‘ଗୁରୁ ଦିବସ’ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି । ସମାଜ ପାଇଁ ଗୁରୁଙ୍କ ଅବଦାନ ଅତୁଳନୀୟ । ଗୁରୁ ଓ ରାସ୍ତା ଏକାପରି, ସେମାନେ ଗୋଟିଏ ଜାଗାରେ ରହି ଅନ୍ୟ ମାନଙ୍କୁ ଆଗକୁ ବଢିବାକୁ ପ୍ରତ୍ସାହିତ କରିଥାନ୍ତି । ଏହା ହିଁ ଗୁରୁର ମହାନତା । ତେବେ ଆଜି ଗୁରୁଦିବସ ଅବସରେ ଗରୁଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଉନବିଂଶ ଶତାବ୍ଦୀରେ ଅନେକ ଦେଶରେ ଶିକ୍ଷକ ଦିବସ ପାଳନ କରିବାର ଧାରଣା ଆରମ୍ଭ ହୋଇଥିଲା । ଅଧିକାଂଶ କ୍ଷେତ୍ରରେ ଜଣେ ସ୍ଥାନୀୟ ଶିକ୍ଷାବିତ୍ କିମ୍ବା ଶିକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଥିବା ବ୍ୟକ୍ତିଙ୍କ ଅବଦାନକୁ ପାଳନ କରାଯାଇଥାଏ । ଏହି ପ୍ରାଥମିକ କାରଣରୁ ବିଭିନ୍ନ ଦେଶ ଏହି ଦିନକୁ ବିଭିନ୍ନ ତାରିଖରେ ପାଳନ କରିଥାନ୍ତି । ଭାରତରେ ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ (ସେପ୍ଟେମ୍ବର ୫) ଜନ୍ମଦିନ ୧୯୬୨ ପରଠାରୁ ଗୁରୁ ଦିବସ ଭାବେ ପାଳନ କରାଯାଏ । ପାରମ୍ପାରିକ ଭାବରେ ହିନ୍ଦୁମାନଙ୍କ ଦ୍ୱାରା ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଗୁରୁ ପୂର୍ଣ୍ଣିମା ମଧ୍ୟ ପାଳନ କରାଯାଏ । 

୧୯୯୪ରେ ୟୁନେସ୍କୋ ଦ୍ୱାରା ସ୍ଥାପିତ ବିଶ୍ୱ ଶିକ୍ଷକ ଦିବସ ସହିତ ମିଳିତ ଭାବରେ ଅନେକ ଦେଶ ଅକ୍ଟୋବର ୫ ତାରିଖରେ ସେମାନଙ୍କର ଶିକ୍ଷକ ଦିବସ ପାଳନ କରନ୍ତି ।

Leave A Reply

Your email address will not be published.

ବ୍ରେକିଂ