ଡାକ୍ତରଖାନାରେ ଭୁଲ୍ ଚିକିତ୍ସା ପାଇଁ ରୋଗୀ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: ରୋଗୀ ମୃତ୍ୟୁକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଭୁଲ୍ ଚିକିତ୍ସା ପାଇଁ ଡାକ୍ତରଖାନାରେ ରୋଗୀଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମେଣ୍ଢାଶାଳ ଗ୍ରାମବାସୀ । ମୃତ ମହିଳା ପ୍ରିୟଙ୍କା ପଟ୍ଟନାୟକ, କିଛି ଦିନ ତଳେ ବରମୁଣ୍ଡା ଅଂଚଳରେ ବିବାହ କରିଥିଲେ ।

ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ପିଠିରେ ଯନ୍ତ୍ରଣା ଅନୁଭବ କରିବାକୁ ଡାକ୍ତରଖାନାରେ ମହିଳାଙ୍କୁ ଭର୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ଇଂଜେକସନ ଦେବା ପରେ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ବିବାହର ମାତ୍ର ୧୨ ଦିନ ପରେ ମହିଳା ଜଣଙ୍କର ମୃତ୍ୟୁକୁ ନେଇ ଡାକ୍ତରଖାନା ପରିସରରେ ଅଧିକ ଉତ୍ତେଜନା ଦେଖା ଦେଇଥିଲା। ମୃତ୍ୟୁର କାରଣ ନେଇ ପଚାରିବାରୁ, ମୃତ ମହିଳାଙ୍କ ଭାଇଙ୍କୁ ହସ୍ପିଟାଲର ସିକୁରିଟି ଅଫିସର ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିବାକୁ ନୟାପଲ୍ଲୀ ଥାନା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ସେପଟେ ଏହି ଘଟଣାରେ ହସ୍ପିଟାଲ କର୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ