୧୩ ଜିଳ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ୧୩ ଜିଲ୍ଲା ଯଥା- କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ସଦୃଶ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିନ୍ତୁ ବୁଧବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବୃଦ୍ଧିପାଇବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆସନ୍ତା ୧୦ ତାରିଖରୁ ୧୬ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଫଳରେ ଏହି ମାସରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ପୂର୍ବରୁ ୧୨ ତାରିଖରେ ଏକ ଲଘୁଚାପ ହେବ ବୋଲି ବିଭିନ୍ନ ପାଣପିାଗ ସଂସ୍ଥା ସହିତ ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଥିଲେ । ଏବେ ପୁଣି ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଭାସ ମିଳିଛି । ୧୨ ତାରିଖ ପରେ ୧୬ ତାରିଖ ଅର୍ଥାତ ୫ ଦିନ ବ୍ୟବଧ୍ୟାନରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ପ୍ରକାଶ ପାଇଛି ।

ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ୍‌, ମାଲକାନାଗିରି ଓ ଜଗତସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳକୁ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଉପରୋକ୍ତ ଜିଲ୍ଳାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୂରୁପ ଭାବେ ଗୁରୁବାର ଓ ଶୁକ୍ରବାର ମଧ୍ୟ ବହୁ ଜିଲ୍ଲାକୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।

Leave A Reply

Your email address will not be published.

ବ୍ରେକିଂ