ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ,୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୩ ଦିନ ଯାଏଁ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତର ସମ୍ଭାବନ ରହିଛି।

ଶୁକ୍ରବାର ଅପରାହ୍ଣ ଠାରୁ ୪ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଘୂର୍ଣ୍ଣିଝଡର ସମ୍ଭାବନ ରହିଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ରାଜ୍ୟର କୋରାପୁଟ, ରାୟଗଡ, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବାର ସମ୍ଭାବନ ରହିଛି।  ଏଥିସହ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବଜ୍ରପାତ ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଘୂର୍ଣ୍ଣିବଳୟ ହେବାର ସମ୍ଭାବନ ରହିଥିବାରୁ ଏହି ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Leave A Reply

Your email address will not be published.

ବ୍ରେକିଂ