ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ୱର : କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏନେଇ ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ । ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି ।

Leave A Reply

Your email address will not be published.

ବ୍ରେକିଂ