ଗଜପତି ସଡକ ଦୁର୍ଘଟଣାରେ ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଗଜପତି ଜିଲ୍ଲା ଆର୍ ଉଦୟଗିରି ବ୍ଲକ ଅନ୍ତର୍ଗତ କଙ୍କଡାଗୁଡା ଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହାସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରକୁ ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଗଭୀର ସମବେଦନା ଜଣାଇଛନ୍ତି ।

ଗଜପତି ଜିଲ୍ଲାରେ ଘଟିଥିବା ଅଭାବନୀୟ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ସେ ଟ୍ୱିଟ୍ ରେ ଉଲ୍ଲେଖ କରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ