ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୨୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ  ଘଡ଼ଘଡ଼ି ଓ ବିଜୁଳି  ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

 

Leave A Reply

Your email address will not be published.

ବ୍ରେକିଂ