ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର : ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଫଳରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି  । ଆଜି ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ଅପରପକ୍ଷେ ଆସନ୍ତା ୨୫ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ତଥା ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି ।

Leave A Reply

Your email address will not be published.

ବ୍ରେକିଂ