ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼, ଜଣେ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡ଼କନ୍ତକୁଳ ଗାଁରେ ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି ।  ୨ ଯୁବକଙ୍କ ମଧ୍ୟରେ ଯୁକ୍ତିତର୍କରୁ ଏହି ଗୁଳିକାଣ୍ଡ ହୋଇଥିବା ଜଣାପଡିଛି । ଜଣକ ଗୁଳିମାଡ଼ରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣା ପରେ ଗାଁରେ ଚାପା ଉତ୍ତେଜନା ଦେଖାଦେଇଛି ।

 ଆହତ ଯୁବକ ହେଉଛନ୍ତି ଅଖିଳ ବେହେରା । ସୂଚନା ଅନୁସାରେ, ବଡ଼କନ୍ତକୁଳ ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଲାଗି ରହିଥିଲା । ଗତକାଲି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ଶିଶିର ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ । ଗାଁ ଲୋକ ଆହତ ଅଖିଳଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ