ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଜପତି  : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ ରାଜସିତାପୁର ଗାଁରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ଥ ରାଜସିତାପୁର ଗାଁରେ ଥିବା ସେଞ୍ଚୁରିଏନ ବିଶ୍ବବିଦ୍ୟାଳୟ ସମ୍ମୁଖରେ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.

ବ୍ରେକିଂ